ସେମି କଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ; ଭିସି‌ରେ ଯୋଗ ଦେଇ ବଡ ସୂଚନା ଦେଲେ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ।

ଅକ୍ଷର ବ୍ୟୁରୋ: ପ୍ରଥମ ସେମି କଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌ର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ କେନ୍ଦ୍ର ସୂଚନା ପ୍ରସାରଣ, ଇଲେକ୍ଟ୍ରୋନିକ୍ସ, ଆଇ.ଟି. ଓ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଭିସି‌ରେ ଯୋଗ ଦେଇ କହିଛନ୍ତି, ଡବଲ ଇଞ୍ଜିନ ସରକାରରେ ଓଡିଶାରେ ବିକାଶ ହେଉଛି । ସରକାରଙ୍କ ସ୍ୱପ୍ନ ଥିଲା ଉନ୍ନତ ମାନର ଶିଳ୍ପ ଓଡ଼ିଶାକୁ ଆସୁ, ଏବଂ ଏହା ସଫଳ ହେଉଛି । ଆଗାମୀ ବର୍ଷରେ ସେମି କଣ୍ଡକ୍ଟର କ୍ଷେତ୍ରରେ ବହୁ ମାତ୍ରାରେ ସୁଯୋଗ ରହିଛି । ଆଗ୍ରେସିଭଲି ଇଲେକ୍ଟ୍ରୋନିକ୍ସ ଫାକ୍ଟ୍ରି ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୁଅନ୍ତୁ, ସମସ୍ତ ସହଯୋଗ ଯୋଗାଇ ଦେବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ଅଛନ୍ତି । ବହୁ ଡାଟା କମ୍ପାନୀ ଓଡ଼ିଶା ଆସିବେ ।

କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଆହୁରି କହିଛନ୍ତି, ରାଜ୍ୟ ସରକାରଙ୍କୁ ଅନୁରୋଧ ଡାଟା ସେଣ୍ଟର ପଲିସି ଆଣନ୍ତୁ । ଏଥିରେ ଶସ୍ତାରେ ବିଦ୍ୟୁତ, ଗମନାଗମନ ପାଇଁ ରାସ୍ତା, ଆବଶ୍ୟକ ଭିତ୍ତିଭୂମି ଯୋଗାଇବାର ବ୍ୟବସ୍ଥା କରନ୍ତୁ । ଏପରି ହୋଇପାରିଲେ ବହୁ ଡାଟା କମ୍ପାନୀ ଓଡ଼ିଶା ଆସିବେ । ଭୁବନେଶ୍ୱର ଆଇଆଇଟିରେ ନିଜ ଏମପି ଲାଡରେ ସେମିକଣ୍ଡକ୍ଟର ଲ୍ୟାବ ପ୍ରତିଷ୍ଠା କରାଯାଇଥିବା ସୂଚନା ଦେଇଛନ୍ତି କେନ୍ଦ୍ର ଆଇ.ଟି. ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଇ.ଆଇ.ଟି. ଭୁବନେଶ୍ୱରରେ ‘ନମୋ’ ସେମି କଣ୍ଡକ୍ଟର ଲ୍ୟାବ ପ୍ରତିଷ୍ଠା କରାଯାଇଛି । ଇଣ୍ଡଷ୍ଟ୍ରି ଏବଂ ଏକାଡେମୀକୁ ଯୋଡ଼ିବା ଲକ୍ଷ୍ୟରେ ୫ କୋଟି ଟଙ୍କା ଅର୍ଥ ବ୍ୟୟରେ ଏହା ପ୍ରତିଷ୍ଠା କରାଯାଇଛି । ଯାହା ଦ୍ୱାରା ସେମି କଣ୍ଡକ୍ଟର କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ କରାଯାଇପାରିବ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)