SI ସ୍କାମ୍‌ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ; ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ ।

ଅକ୍ଷର ବ୍ୟୁରୋ: ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ନେପାଳ ପଳାଇଥିଲେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି । ଭୁବନେଶ୍ୱରରେ ପହଞ୍ଚିଲା SI ସ୍କାମ୍‌ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି । ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱର ଆଣିଲା କ୍ରାଇମ୍‌ବ୍ରାଞ୍ଚ । ଏୟାରପୋର୍ଟରୁ ସିଧା କ୍ରାଇମ୍‌ବ୍ରାଞ୍ଚ ଅଫିସ୍ ଗଲା ଶଙ୍କର ପୃଷ୍ଟି । ପୁଲିସ SI ସ୍କାମ୍‌ ଜଣାପଡ଼ିବା ପରେ ଆତ୍ମଗୋପନ କରିଥିଲା ଶଙ୍କର ପୃଷ୍ଟି । ଦୁବାଇ ଯିବାକୁ ଯୋଜନା କରିବା ବେଳେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ । ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି । ଏନେଇ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି ରାଜ୍ୟ ସରକାର । ନିକଟରେ ଏ ମାମଲାରେ ଜଡିତ ଦୁଇ ପ୍ରମୁଖ ସହଯୋଗୀଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଏବେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ମଧ୍ୟ ଗିରଫ ହୋଇଛି । ଶଙ୍କରର ଦୁଇ ପ୍ରମୁଖ ସହଯୋଗୀ ମୁନା ମହାନ୍ତି ଏବଂ ଅରବିନ୍ଦ ଦାସ ଗିରଫ ହୋଇଥିଲେ । ଏଥିସହ କେଳେଙ୍କାରୀ ଧରାପଡ଼ିବା ପରେ ଆଇନଗତ ଏବଂ ଅନ୍ୟ ସହାୟତା କରିଥିବା, ଶ୍ରୀକାନ୍ତ ମହାରଣା, ସୌମ୍ୟା ପ୍ରୀୟଦ୍ରଶିନି ସାହୁ, ଅଭିମନ୍ୟୁ ଦୋରାଙ୍କ ମଧ୍ୟ ଗିରଫ କରାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)