କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଚାଲିଛି ଜେରା ।

ଅକ୍ଷର ବ୍ୟୁରୋ: ଏସ.ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ବଡ଼ ଖବର । କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଜେରା ଚାଲିଛି । ସକାଳେ ଉତ୍ତରାଖଣ୍ଡରୁ ଭୁବନେଶ୍ୱର ଆଣି କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିବା ପରେ କଟକ ନିଆଯାଇଛି । ସେଠାରେ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ଜେରା ଚାଲିଛି । ଜବତ ହୋଇଛି ମୁଖ୍ୟ ଅଭିଯୁକ୍ତ ଶଙ୍କରର ଫର୍ଚୁନର କାର । ଗତ ରାତିରେ ଏହି ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ଗିରଫ ହୋଇଥିଲା । ଉତ୍ତରାଖଣ୍ଡ-ନେପାଳ ସୀମାରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଥିଲା । ନେପାଳରେ ପେଇଂ ଗେଷ୍ଟ ଭାବେ ରହୁଥିଲା ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି । 

କ୍ରାଇମବ୍ରାଞ୍ଚ ଟିମ୍ ଗାଜିଆବାଦରେ ଥିବା ଶଙ୍କରର ଘରେ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା । ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା । ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା । ଡିଏସ୍‌ପି ଅନିଲା ଆନନ୍ଦଙ୍କ ନେତୃତ୍ୱରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍‌ ଏ ସଂପର୍କରେ ସୂଚନା ପାଇ ଚଢ଼ଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ । ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆରବି) ଦ୍ୱାରା ପ୍ରସ୍ତୁତ ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ବର୍ତ୍ତମାନ ସୁଦ୍ଧା ୧୨୪ ଜଣଙ୍କୁ ଗିରଫ କରିସାରିଲାଣି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)