ଭୁବନେଶ୍ୱରରେ ରୋଡ୍‌ କଂଗ୍ରେସର ମହାକୁମ୍ଭ ଆରମ୍ଭ; ୫ ଦିନ ଧରି ଚାଲିବ ବିଭିନ୍ନ କାର୍ଯ୍ୟକ୍ରମ ।

ଅକ୍ଷର ବ୍ୟୁରୋ: ଭୁବନେଶ୍ୱରରେ ରୋଡ୍‌ କଂଗ୍ରେସର ମହାକୁମ୍ଭ । ଦୀର୍ଘବର୍ଷ ପରେ ଓଡ଼ିଶା ୮୪ତମ ଜାତୀୟ ରୋଡ କଂଗ୍ରେସର ଆୟୋଜକ ସାଜିଛି ଓଡ଼ିଶା । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଠାରୁ ଆରମ୍ଭ କରି କେନ୍ଦ୍ରର ଅଧିକାରୀ, ବିଶେଷଜ୍ଞ, ଇଞ୍ଜିନିୟର ଗୋଟିଏ ମଞ୍ଚରେ ବସି ସଡ଼କ ଭିତ୍ତିଭୂମି ନେଇ ମାନସ ମନ୍ଥନ କରିବେ । ସାଢେ ୩ ହଜାରରୁ ଅଧିକ ପ୍ରତିନିଧି ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ।

ନଭେମ୍ବର ୧୦ ତାରିଖ ଯାଏଁ ସଡ଼କ ପରିବହନ ସଂକ୍ରାନ୍ତରେ ପର୍ଯ୍ୟାୟ କ୍ରମେ ଆଲୋଚନା ହେବ । ୫ ଦିନ ଧରି ରୋଡ କଂଗ୍ରେସ ମହାକୁମ୍ଭରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଆଜି ବୈଷୟିକ ପ୍ରଦର୍ଶନୀ ହୋଇଛି । ୭ ତାରିଖରେ ରୋଡ୍‌ କଂଗ୍ରେସର ପରିଷଦ ବୈଠକ, ୮ରେ ରାଜପଥ ଗବେଷଣା ବୋର୍ଡ ବୈଠକ, ୯ରେ ବ୍ୟାବସାୟିକ ବୈଠକ, ୧୦ ତାରିଖରେ ଉଦ୍‌ଯାପନୀ ଉତ୍ସବ । ପ୍ରତିନିଧିଙ୍କ ସହ ସ୍ୱତନ୍ତ୍ର ଅଧିବେଶନ ଜରିଆରେ ରୋଡ କଂଗ୍ରେସର ଭବିଷ୍ୟତକୁ ନେଇ ନକ୍ସା ଅଙ୍କାଯିବ । ସଡ଼କ ପରିବହନରେ ବୈଷୟିକ ଜ୍ଞାନ କୌଶଳର ବ୍ୟବହାର ଉପରେ ତର୍ଜମା କରିବେ ମନ୍ତ୍ରୀ ଓ ଅଧିକାରୀ । ରାସ୍ତା ସଂପର୍କିତ ସମସ୍ୟା ଓ ଏହାର ସମାଧାନ ଦିଗରେ ନୀତି ଓ ନକ୍ସା ପ୍ରସ୍ତୁତ ହେବ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)