ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବନ୍ଦେ ମାତରମ୍‌’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବନ୍ଦେ ମାତରମ୍‌’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ‘ବନ୍ଦେ ମାତରମ୍‌’ ଗାନ କରିଛନ୍ତି । ଏହାଛଡା ଲୋକସେବା ଭବନର କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ଏହି ଐତିହାସିକ ଦିନଟି, ଆମ ପାଇଁ ଏକ ମହାସଙ୍କଳ୍ପର କ୍ଷଣ । ଯେଉଁ ଚିରନ୍ତର ବାଣୀ ‘ବନ୍ଦେ ମାତରମ୍‌’ ଭାରତକୁ ଏକ ଅଖଣ୍ଡ ଶକ୍ତି ଭାବରେ ଦେଖିବାର ସ୍ୱପ୍ନ ସଞ୍ଚାର କରିଥିଲା, ଆଜି ତା’ର ୧୫୦ବର୍ଷ ପୂର୍ତ୍ତି ।

ଏହା କେବଳ ମାତ୍ର ଏକ ଐତିହାସିକ ଦିନଟିଏ ନୁହେଁ, ଏହା ହେଉଛି ଆମ ପୂର୍ବପୁରୁଷମାନଙ୍କର ବଳିଦାନ ଏବଂ ତ୍ୟାଗରୁ ଜନ୍ମ ନେଇଥିବା ଏକ ଜାତୀୟ ସଙ୍କଳ୍ପକୁ ମନେ ପକାଇବାର ଦିନ । ଋଷି ବଙ୍କିମ ଚନ୍ଦ୍ରଙ୍କ ଲେଖନୀରୁ ସୃଷ୍ଟି ହୋଇ, ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ କଣ୍ଠରେ ଶକ୍ତି ପାଇଥିବା ଏହି ଗୀତ ଆମ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପାଇଁ ମୃତ୍ୟୁଞ୍ଜୟ ମନ୍ତ୍ର ଥିଲା । ରାଷ୍ଟ୍ରପ୍ରେମର ଏହି ମହାମନ୍ତ୍ର ସ୍ୱାଧୀନତା ସଂଗ୍ରାମର ଶହ ଶହ କ୍ରାନ୍ତିକାରୀଙ୍କୁ ଫାଶୀ ଖୁଣ୍ଟରେ ବିଜୟର ସ୍ମିତହାସ୍ୟ ଦେଇଥିଲା । ଯେତେବେଳେ ଇଂରେଜ ସରକାର ଏହାକୁ ନିଷିଦ୍ଧ କରିବାକୁ ଚେଷ୍ଟା କଲେ, ସେତେବେଳେ ତାହାର ପ୍ରତିଟି ଧାଡ଼ି ଭାରତୀୟମାନଙ୍କ ପାଇଁ ବଜ୍ରଶପଥ ପାଲଟିଥିଲା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)