୨୦୨୯ ସୁଦ୍ଧା ୧ ହଜାର କିମି ରାସ୍ତା କରିବାକୁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଇଣ୍ଡିଆନ ରୋଡ୍ସ କଂଗ୍ରେସ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ । ‘୨୦୧୪ ପରେ ସଡ଼କ ନିର୍ମାଣ କ୍ଷେତ୍ରରେ ଅଧିକ ବିକାଶ ହୋଇଛି । ୧୧ ବର୍ଷରେ ୬୦ ପ୍ରତିଶତ ସଡ଼କ ନିର୍ମାଣ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଗଡ଼କରୀଙ୍କ ଭିଜନ୍ ପାଇଁ ଆଜି ଦେଶର ସଡ଼କପଥ ବିକଶିତ ହୋଇଛି’। ଓଡ଼ିଶାକୁ ବିକଶିତ କରିବାକୁ ଭିଜନ୍ ରଖାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୯ ସୁଦ୍ଧା ୧ ହଜାର କିମି ରାସ୍ତା କରିବାକୁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ’ । ପୋର୍ଟ, ରାସ୍ତା ଓ ରେଳପଥର ବିକାଶକୁ ଗୁରୁତ୍ୱ ଦିଆଯାଉଛି । ‘୨୦୧୪-୨୪ ମଧ୍ୟରେ ସଡ଼କ ପଥର ବିକାଶ ପାଇଁ ୧୦ହଜାର କୋଟି ମିଳିଛି । ଓଡ଼ିଶାକୁ ସ୍ୱତନ୍ତ୍ର ଦୃଷ୍ଟି ଦେଲେ ଆମ ଭିଜନ୍‌ ପୂରଣ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ’ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)