ଅକ୍ଷର ବ୍ୟୁରୋ: ଓଲିଉଡର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର ଏବେ ଭେଣ୍ଟିଲେଟରରେ । ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ । ଗତକାଲି ଯେଉଁ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍ସ ଆଇସିୟୁରେ ଭର୍ତ୍ତି କରାଯାଇଥିଲା, ଆଜି ସେମିତି ରହିଛି । ସ୍ବାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି । ଡାକ୍ତରଙ୍କ କହିବା ଅନୁଯାୟୀ, ତାଙ୍କୁ ୭୨ ଘଣ୍ଟା ଯାଏ ଅବଜରଭେସନରେ ରଖାଯାଇଛି । ତାଙ୍କର ଲିଭର୍ ଖରାପ ଥିବାବେଳେ କିଡ୍ନି ଗୁରୁତର ଭାବେ ପ୍ରଭାବିତ ହୋଇଛି । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି । ପୂର୍ବରୁ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି । ଲିଭର୍ ଓ କିଡ୍ନି ସହିତ ହ୍ୟୁମାନ୍ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି । ସେ ଶ୍ବାସକ୍ରିୟାଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି । ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଛି ।
ଓଲିଉଡର କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର ଏବେ ଭେଣ୍ଟିଲେଟରରେ; ସ୍ୱାସ୍ଥ୍ୟାବସ୍ଥା ଅତି ଜଟିଳ ଅଛି କହିଲେ ବିଶେଷଜ୍ଞ ।












Leave a Reply