ଅକ୍ଷର ବ୍ୟୁରୋ: ଆଜି ଶପଥ ନେବେ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ । ଆଜି ଦିନ ୧ଟା ବେଳେ ବିଧାନସଭାରେ ଶପଥ ଗ୍ରହଣ କରିବେ ଜୟ । ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଶପଥ ପାଠ କରିବେ ଜୟ । ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ବାଚସ୍ପତି । ଶପଥ ଗ୍ରହଣ ବେଳେ ବିଜେପି ବିଧାୟକ ଓ ମନ୍ତ୍ରୀ ଉପସ୍ଥିତ ରହିବେ । ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟ୍ ପାଇ ବିଜୟୀ ହୋଇଥିଲେ ଜୟ । ପ୍ରାୟ ୧୦ ବର୍ଷର ବ୍ୟବଧାନ ପରେ ପୁଣି ନୂଆପଡ଼ାରେ ଫୁଟିଲା ପଦ୍ମ । ନୂଆପଡ଼ା ବିଜେଡିର ଗଡ଼ ଭାବେ ପରିଚିତ ଥିବା ବେଳେ ମୋଦି ଲହର ଆଗରେ କାମ ଦେଲାନି ବିଜେଡି ରଣନୀତି । କାମ ଦେଲାନି ନବୀନଙ୍କ ଡବଲ ରାଲି । ଗଡ ବଞ୍ଚାଇବାରେ ଫେଲ୍ ମାରିଲେ ବିଜେଡି ସୁପ୍ରିମୋ । ୮୩,୭୪୮ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହେଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । କଂଗ୍ରେସ ପ୍ରାର୍ଥୀ ଦ୍ୱିତୀୟ ସ୍ଥାନ ଓ ବିଜେଡି ପ୍ରାର୍ଥୀ ତୃତୀୟ ସ୍ଥାନରେ ରହିଲେ ।
ବ୍ୟବସାୟୀରୁ ବିଧାୟକ ହୋଇଛନ୍ତି, ୩୨ ବର୍ଷୀୟ ଜୟ ଢୋଲକିଆ । ଜୟ ଢୋଲକିଆ ହେଉଛନ୍ତି ସ୍ଵର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ । ବାପା ରାଜେନ୍ଦ୍ର ଢୋଲକିଆ ୪ଥର ବିଧାୟକ ଥିବାବେଳେ ବିଜେଡି ସରକାରରେ ମନ୍ତ୍ରୀ ମଧ୍ୟ ଥିଲେ । କିନ୍ତୁ ରାଜନୀତିଠୁ ଦୂରେଇ ରହି ବ୍ୟବସାୟ କରୁଥିଲେ ଜୟ । ବାପା ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ରାଜନୀତିରେ ପାଦ ଥାପିଛନ୍ତି ଜୟ ଢୋଲକିଆ । ଗତ ଅକ୍ଟୋବର ୧୧ରେ ବିଜେପିରେ ସାମିଲ ହୋଇଥିଲେ । ଏହାପରେ ବିଜେପି ଟିକେଟ ପାଇ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ ଜୟ ଢୋଲକିଆ ।












Leave a Reply