ନଭେମ୍ବର ୨୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ।

ଅକ୍ଷର ବ୍ୟୁରୋ: ସୋମବାର ବସିବ ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର । ନଭେମ୍ବର ୨୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ୟୁନିଟ୍-୨ ଅଶୋକ ନଗର ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ପୂର୍ବାହ୍ନ ୧୧ ଘଟିକାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଚାଲିଛି । ସର୍ବାଧିକ ଏକ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଲୋକମାନେ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)