ଡିସେମ୍ବର ୧ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର ।

ଅକ୍ଷର ବ୍ୟୁରୋ: ଡିସେମ୍ବର ୧ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର । ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । କୌଣସି ସଂସ୍ଥାକୁ ପରିଚାଳନା ନେଇ ଦାୟିତ୍ୱ ଦିଆଯାଇନାହିଁ । ତେଣୁ ଶ୍ରୀମନ୍ଦିର ପ୍ରଶାସନ ନିଜେ ସମ୍ଭାଳିବ ପରିଚାଳନା ଦାୟିତ୍ୱ । କୋଭିଡ ମହାମାରୀ ଠାରୁ ବନ୍ଦ ରହିଥିଲା ଗୁଣ୍ଡିଚା ମନ୍ଦିର । ଯାହାଫଳରେ ଦୀର୍ଘ ବର୍ଷ ଧରି ଦର୍ଶନରୁ ବଞ୍ଚିତ ରହୁଥିଲେ ସର୍ବସାଧାରଣ । ଆଉ ଏବେ ଗୁଣ୍ଡିଚା ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଗୁଣ୍ଡିଚା ମନ୍ଦିର ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି । ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ଜବରଦଖଲ ଉଛେଦ କରାଯାଇଛି । ଟେଣ୍ଡର ଦିଆନଯାଇ ଶ୍ରୀମନ୍ଦିର ପ୍ରଶାସନ ନିଜେ ଏହାକୁ ପରିଚାଳନା କରିବ । ଦର୍ଶନ ପାଇଁ ବିଭିନ୍ନ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)