ଅକ୍ଷର ବ୍ୟୁରୋ: ୬ ମାସ ପାଇଁ ବନ୍ଦ ହେଲା ବଦ୍ରିନାଥ ଧାମ କପାଟ । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାରେ ଅବସ୍ଥିତ ଭଗବାନ ବିଷ୍ଣୁଙ୍କ ପବିତ୍ର ତୀର୍ଥସ୍ଥଳ ବଦ୍ରିନାଥ ଧାମର କପାଟ ୨୫ ନଭେମ୍ବର ୨୦୨୫ ମଙ୍ଗଳବାର ଦିନ ୨ଟା ୫୬ ମିନିଟରେ ବନ୍ଦ ହୋଇଛି । ଶୀତ ଋତୁ ପାଇଁ ଏହାକୁ ୬ ମାସ ପାଇଁ ବନ୍ଦ ରଖାଯାଇଛି । ଆଗାମୀ ୬ ମାସ ପାଇଁ ବଦ୍ରିନାଥଙ୍କୁ ଯୋଶୀମଠରେ ପୂଜା କରାଯିବ । ବଦ୍ରିନାଥ ଧାମର କପାଟ ବନ୍ଦ ହେବା ସହ ଔପଚାରିକ ଭାବେ ଚାରିଧାମ ଯାତ୍ରା ମଧ୍ୟ ସମାପନ ହୋଇଛି । ତେବେ ୧୨ କ୍ବିଣ୍ଟାଲ ଫୁଲରେ ମନ୍ଦିରକୁ ସଜା ଯାଇଥିବା ବେଳେ ଅନ୍ତିମ ଦର୍ଶନ ବେଳେ ଘଣ୍ଟ, ଘଣ୍ଟା, ମନ୍ତ୍ର ଧ୍ବନିରେ କମ୍ପିଥିଲା ପରିବେଶ । ହିମାଳୟରେ ଶୀତଦିନ ଅତ୍ୟନ୍ତ କଠିନ । ପ୍ରବଳ ତୁଷାରପାତ ଏବଂ ଅତ୍ୟଧିକ ଥଣ୍ଡା ପାଇଁ ଭକ୍ତମାନ ମନ୍ଦିର ପରିସରରେ ପହଞ୍ଚିବା କଷ୍ଟକର ହୋଇପଡେ । ତେଣୁ ଏହି କାରଣରୁ ପ୍ରତିବର୍ଷ ବଦ୍ରିନାଥ ଧାମର ଦ୍ୱାର ଛଅ ମାସ ପାଇଁ ବନ୍ଦ ରହିଥାଏ । ତେବେ ବଦ୍ରିନାଥ ମନ୍ଦିର ପୁନଃ ଖୋଲିବାର ତାରିଖ ଅକ୍ଷୟ ତୃତୀୟାରେ ନିର୍ଣ୍ଣୟ କରାଯାଏ । ପ୍ରତିବର୍ଷ ଏପ୍ରିଲ-ମେ ମାସରେ ଭକ୍ତମାନଙ୍କ ପାଇଁ ଦ୍ୱାର ଖୋଲାଯାଏ ।
୬ମାସ ପାଇଁ ବନ୍ଦ ହେଲା ବଦ୍ରିନାଥ ଧାମ; ପ୍ରବଳ ତୁଷାରପାତ ଏବଂ ଅତ୍ୟଧିକ ଥଣ୍ଡା ପାଇଁ ବନ୍ଦ ହେଲା ଧାମ ।












Leave a Reply