ଅକ୍ଷର ବ୍ୟୁରୋ: ମାଲକାନଗିରି ଜିଲ୍ଲାରେ ଇଣ୍ଟରନେଟ୍ କଟକଣା ବୃଦ୍ଧି । ଆଉ ୧୨ ଘଣ୍ଟା ପାଇଁ ବଢ଼ିଲା ଇଣ୍ଟରନେଟ୍ କଟକଣା । ଗୁରୁବାର ମଧ୍ୟରାତ୍ର ୧୨ଟା ଯାଏଁ ବଳବତ୍ତର ରହିବ ଇଣ୍ଟରନେଟ୍ କଟକଣା । ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି କରାଯାଇଛି । ସେପଟେ ମାଲକାନଗିରିରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ତାଙ୍କ ସହ ଅଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଏକ ସ୍ଵତନ୍ତ୍ର ବିମାନ ଯୋଗେ ମାଲକାନଗିରି ଏୟାରପୋର୍ଟରେ ପହଞ୍ଚିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସମୀକ୍ଷା ବୈଠକ କରିଛନ୍ତି । ଏମ୍ଭି-୨୬ ହିଂସାକାଣ୍ଡ ଓ ଏହାର ପରବର୍ତ୍ତୀ ଅବସ୍ଥାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ଜିଲ୍ଲାପାଳ । ବର୍ତ୍ତମାନ ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି । ବୈଠକରେ ଉପସ୍ଥିତ ଅଛନ୍ତି ଦକ୍ଷିଣାଞ୍ଚଳ RDC ସଂଗ୍ରାମ କେଶରୀ ମହାପାତ୍ର, ADG ସଞ୍ଜୀବ ପଣ୍ଡା, ଡିଆଇଜି କନୱର ବିଶାଲ ସିଂ, ମାଲକାନଗିରି ଏସପି ବିନୋଦ ପାଟିଲ ଓ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ।
ରାଜ୍ୟ ସରକାର ଘଟଣାକୁ ଗୁରୁତର ଭାବେ ନେଇ ଶାନ୍ତି ପ୍ରତିଷ୍ଠା ଲାଗି ଅଧିକ ପୋଲିସ ମୁତୟନ କରିଥିବା କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି । ସୁରକ୍ଷା ଦୃଷ୍ଟିରୁ ମାଲକାନଗିରି ଜିଲ୍ଲାରେ ଇଣ୍ଟରନେଟ୍ ସେବା ପୁଣି ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ କରିଛନ୍ତି ଜିଲ୍ଲାପାଳ । ଗୁରୁବାର ଅପରାହ୍ନ ୧୨ଟାରୁ ରାତି ୧୨ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ସୂଚନା ଅନୁସାରେ, ବୁଧବାର ମିଳିଥିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଥିଲା କଟାମୁଣ୍ଡ । ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଗୁରୁବାର କଟାମୁଣ୍ଡ ମିଳିଥିଲା । ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଥିଲା ମହିଳାଙ୍କ କଟାମୁଣ୍ଡ । ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର କରାଯାଇଛି । କଟାମୁଣ୍ଡ ମିଳୁ ନଥିବାରୁ ଏମ୍ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା ।












Leave a Reply