ଆଜି ବସିବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ; ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ସୂଚନା ।

ଅକ୍ଷର ବ୍ୟୁରୋ: ଆଜି ବସିବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ୫ଟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ବୈଠକରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂ, ଛତିଶା ନିଯୋଗର ସେବାୟତ ପ୍ରତିନିଧି ଉପସ୍ଥିତ ରହିବେ । ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହିବେ । ଆସନ୍ତା ୧୬ ତାରିଖ ଠାରୁ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପହିଲି ଭୋଗ ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯିବ । ଜାନୁଆରୀ ୩ ତାରିଖରେ ଦେବାଭିଷେକ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଓ ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ବୈଠକରେ ଆଲୋଚନା ହେବ । ସେହିପରି ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ସହଜ ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା ହେବ । ସଭାପତିଙ୍କ ଅନୁମୋଦନ କ୍ରମେ ବୈଠକରେ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇପାରେ । ଏନେଇ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)