ଅକ୍ଷର ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ନରେ ପ୍ରାୟ ତିନି ଘଣ୍ଟା ଧରି ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି । ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି । ଏଥିପାଇଁ ପ୍ରାୟ ତିନି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ । ଅପରାହ୍ନ ୪ ଟା ଠାରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପୌଷ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର ଦିବା ପହୁଡ଼ ନୀତି କରାଯିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବା । ମହାପ୍ରଭୁଙ୍କ ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡିଛି ।
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି; ପ୍ରାୟ ତିନି ଘଣ୍ଟା ଧରି ବନ୍ଦ ରହିବ ସାଧାରଣ ଦର୍ଶନ ।












Leave a Reply