ଅକ୍ଷର ବ୍ୟୁରୋ: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି । ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି । ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଏନେଇ ସୂଚନା ଦେଇଛନ୍ତି । ଆମେ ସେ ସମୟରେ ସମର୍ଥନ କରିଥିଲୁ, ବିଲ୍ ପାରିତ ହୋଇଥିଲା । ଜନ ଅସନ୍ତୋଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରନ୍ତୁ ବୋଲି ବିଜେଡି ପକ୍ଷରୁ କୁହାଯାଇଛି । ସୂଚନାଯୋଗ୍ୟ ଯେ, ପୂର୍ବରୁ ବର୍ଦ୍ଧିତ ଦରମା ନେବାକୁ ମନା କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ନବୀନ । ଶୀତକାଳୀନ ଅଧିବେଶନ ସମୟରେ ବିଧାୟକଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ପାରିତ ହୋଇଥିଲା । ଭତ୍ତା ୧ ଲକ୍ଷରୁ ୩ ଲକ୍ଷ ୪୫ ହଜାରକୁ ବୃଦ୍ଧି ପାଇଥିଲା । ଦରମା ୩ ଗୁଣ ବୃଦ୍ଧି ପାଇବା ପରେ ଚର୍ଚ୍ଚା ବଢ଼ିଥିଲା ।
ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି ।












Leave a Reply