ଅକ୍ଷର ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୪ ଦିନ ଘନ କୁହୁଡ଼ି ରହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସାରା ରାଜ୍ୟରେ ପାରଦ ଏବେ ତଳ ମୁହାଁ ହୋଇଥିବା ବେଳେ, କୁହୁଡ଼ିର ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି । ଆଜି ଘନ କୁହୁଡି ନେଇ ୧୮ ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, କେନ୍ଦ୍ରାପଡା, ଜଗତସିଂହପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ । ଆଗାମୀ ଚାରି ଦିନ କୁହୁଡ଼ି ରହିବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି ।
ରବିବାର ଓ ସୋମବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ଖସିପାରେ । ଗୁରୁବାର ୮ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଥିଲା । ଶୁକ୍ରବାର ରାତିରେ ୧୪ ସ୍ଥାନ ୧୦ ଡିଗ୍ରୀ ତଳକୁ ଖସିଆସିଛି । ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଏଠାରେ ପାରଦ ୪.୪ ଡିଗ୍ରୀ ଥିଲା । ଦାରିଙ୍ଗବାଡ଼ିରେ ୬ ଡିଗ୍ରୀ, ଫୁଲବାଣୀରେ ୬.୪, କୋରାପୁଟରେ ୬.୬, ସିମିଳିଗୁଡ଼ାରେ ୬.୭ ଡିଗ୍ରୀ ଥିଲା । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୫.୪ ଡିଗ୍ରୀ କମ୍ ରହିଥିଲା । ଝାରସୁଗୁଡ଼ାରେ ସ୍ୱାଭାବିକଠାରୁ ୩.୯ ଡିଗ୍ରୀ ଓ କଟକରେ ୧.୯ ଡିଗ୍ରୀ କମ୍ ଥିଲା । ରାଉରକେଲାରେ ରାତି ତାପମାତ୍ରା ୭, ଝାରସୁଗୁଡ଼ାରେ ୭.୪, କିରେଇରେ ୮.୬, ନବରଙ୍ଗପୁରରେ ୯, ନବରଙ୍ଗପୁରରେ ୯ ଡିଗ୍ରୀ ଥିଲା ।












Leave a Reply