ଅକ୍ଷର ବ୍ୟୁରୋ: ଅଧ୍ୟାପକଙ୍କ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ । ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି କରିଛି ଉଚ୍ଚଶିକ୍ଷା ବିଭାଗ । ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଜାରି ହୋଇଛି । ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି । ଲଗାଦାର ଖରାପ ପ୍ରଦର୍ଶନ କରୁଥିବା ଅଧ୍ୟାପକଙ୍କ ସମୀକ୍ଷା କରିବେ କଲେଜ କର୍ତ୍ତୃପକ୍ଷ । ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଓ କଲେଜ୍ ପ୍ରିନ୍ସିପାଲଙ୍କୁ ଚିଠି ଲେଖିଛି ଉଚ୍ଚଶିକ୍ଷା ବିଭାଗ ।
ଅଧ୍ୟାପକଙ୍କ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ ।












Leave a Reply