ଅକ୍ଷର ବ୍ୟୁରୋ: ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା । ୫ଟି ରେଞ୍ଜରେ ମୋଟ ୨୨ଟି ଟିମ୍ କରିବେ ଗଣନା । ବାଲୁଗାଁ, ରମ୍ଭା, ଟାଙ୍ଗୀ, ଚିଲିକା ଓ ସାତପଡ଼ାରେ କରିବେ ଗଣନା । ଆସନ୍ତା ୨୦, ୨୧ ଓ ୨୨ ତାରିଖରେ ହେବ ଡଲଫିନ୍ ଗଣନା । ୧୮ଟି ଟିମ୍ରେ ୯୦ଜଣ ବାଲୁଗାଁ ଓ ସାତପଡ଼ାରେ କରିବେ ଗଣନା । ପ୍ରତିବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ତରଫରୁ ଚିଲିକାରେ ପକ୍ଷୀ ଗଣନା ହୁଏ । ଏହି ଆଧାରରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ । ବନ୍ୟପ୍ରାଣୀ ବିଭାଗ ତରଫରୁ ପକ୍ଷୀ ଗଣନା ନିମନ୍ତେ ବମ୍ବେ ନାଚୁରାଲ ହିଷ୍ଟ୍ରି ସୋସାଇଟି ଅଧିକାରୀ, ଓୟୁଏଟି ଭୁବନେଶ୍ୱର ବିଶେଷଜ୍ଞ ଛାତ୍ରୀଛାତ୍ର, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ, ପକ୍ଷୀ ବିଶାରଦ, ବନ୍ୟପ୍ରାଣୀ ଉପରେ କାମ କରୁଥିବା ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇଛନ୍ତି ।
ଆସନ୍ତା ୧୮ ତାରିଖରେ ଚିଲିକାରେ ପକ୍ଷୀ ଗଣନା; ୫ଟି ରେଞ୍ଜରେ ମୋଟ ୨୨ଟି ଟିମ୍ କରିବେ ଗଣନା ।












Leave a Reply