ଶ୍ରୀମନ୍ଦିରକୁ ବୋମାରେ ଉଡାଇ ଦେବାକୁ ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ।

ଅକ୍ଷର ବ୍ୟୁରୋ: ଶ୍ରୀମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ । ସୋସିଆଲ ମିଡିଆରେ ଆସିଛି ଧମକପୂର୍ଣ୍ଣ ମେସେଜ୍ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ରହିଥିବା ଦେଖିବାକୁ ମିଳିଛି । ଏଥିରେ ଲେଖାଯାଇଛି- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ । ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟାଇବୁ । ଖୁବଶୀଘ୍ର ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ ହେବ । ତେବେ ଜୁଲି ରାଣୀ ପଣ୍ଡା କିଏ ଓ ସେ ଏଭଳି କାହିଁକି ପୋଷ୍ଟ କରିଛନ୍ତି, ନା ଏହା ଏକ ଫେକ୍ ଆକାଉଣ୍ଟ, ତାହାର ତଦନ୍ତ କରାଯାଉ ବୋଲି ଦାବି କରାଯାଇଛି । ପୂର୍ବରୁ ଶ୍ରୀମନ୍ଦିରକୁ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ଥିବା ଗୁଇନ୍ଦା ବିଭାଗ ତରଫରୁ ସ୍ପଷ୍ଟ ହୋଇଥିବା ବେଳେ, ଏହି ଧମକପୂର୍ଣ୍ଣ ମେସେଜକୁ ନେଇ ସାଧାରଣରେ ଭୟର ବାତାବରଣ ଦେଖାଦେଇଛି । ଏହି ଆକାଉଣ୍ଟ କାହାର ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)