୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ଵ ଗ୍ରାମ୍ୟ ରାସ୍ତା ନିର୍ମାଣ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।

ଅକ୍ଷର ବ୍ୟୁରୋ: ଦେଢ ଶହ ଜନସଂଖ୍ୟା ଥିବା ଗାଁକୁ ହେବ ରାସ୍ତା । ୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ଵ ଗ୍ରାମ୍ୟ ରାସ୍ତା ନିର୍ମାଣ କରିବାକୁ ସରକାରଙ୍କ ଲକ୍ଷ୍ୟ । ଆସନ୍ତା ୩ ମାସରେ ଶତ ପ୍ରତିଶତ ବଜେଟ୍ ଖର୍ଚ୍ଚ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ । ବଜେଟ୍ ଖର୍ଚ୍ଚ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ପରେ ବିଭାଗୀୟ ମନ୍ତ୍ରୀ ରବି ନାରାୟଣ ନାଏକ ନିର୍ଦ୍ଦେଶ ଦେଇଛନ୍ତି । ଏବେ ୩୦ ହଜାରରୁ ଅଧିକ ରାସ୍ତା ନିର୍ମାଣ ହୋଇଥିବା ବେଳେ ସମୟ ସୀମା ଭିତରେ ଟାର୍ଗେଟ୍ ସରିବ ବୋଲି ମନ୍ତ୍ରୀ କହିଛନ୍ତି । ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ପୂର୍ବ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ।

ସେ କହିଛନ୍ତି ଯେ, ଗତ ସରକାରରେ ୯୨ଟି ବ୍ରିଜ୍ କୁ ଆପ୍ରୋଚ୍ ରୋଡ୍ ନଥିଲା। ବିଜେପି ସରକାର ଆସିବା ପରେ ୫୦ଟି ବ୍ରିଜ୍ ପାଇଁ ଜମି ଅଧିଗ୍ରହଣ ସରିଲାଣି । ଏବେ ସୁଦ୍ଧା ୫୩ ପ୍ରତିଶତ ବଜେଟ୍ ଖର୍ଚ୍ଚ ସରିଥିବା ବେଳେ ୩ ମାସରେ ଶତ ପ୍ରତିଶତ ଖର୍ଚ୍ଚ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ‘ପଞ୍ଚାୟତ ନିର୍ବାଚନ ପାଇଁ ସରକାର ପ୍ରସ୍ତୁତ’ ସେହିପରି ପଞ୍ଚାୟତ ନିର୍ବାଚନକୁ ନେଇ ମନ୍ତ୍ରୀ କହିଛନ୍ତି ଯେ, ନିର୍ଦ୍ଧାରିତ ସମୟରେ ନିର୍ବାଚନ ହେବ । ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ଜନଗଣନା ଶେଷ ପରେ ଚୂଡ଼ାନ୍ତ ତଥ୍ୟ ପ୍ରଦାନ କରାଯିବ । ପଞ୍ଚାୟତ ପୁନଃଗଠନ ଆବଶ୍ୟକ ଅଛି, ଏବେ ସ୍ଥଗିତ ରହିଛି । ଜନଗଣନା ସରିବା ପରେ ପୁନଃଗଠନ ପ୍ରକ୍ରିୟା ଆରମ୍ଭ ହେବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)