ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପିଏଚଡି ଛାତ୍ରୀଙ୍କୁ ଅସଦାଚରଣ; ଅଭିଯୋଗ ପରେ ନିଲମ୍ବିତ ହେଲେ ସହକାରୀ ପ୍ରଫେସର ।

ଅକ୍ଷର ବ୍ୟୁରୋ: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପିଏଚଡି ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣାରେ କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ ହୋଇଛନ୍ତି ସହକାରୀ ପ୍ରଫେସର ସରୋଜ ସାହୁ । ବିଶ୍ୱବିଦ୍ୟାଳୟ ଏମବିଏ ବିଭାଗର ଜଣେ ପିଏଚଡି ଛାତ୍ରୀଙ୍କୁ ତାଙ୍କ ଗାଇଡ୍ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଛାତ୍ରୀଙ୍କ ଅଭିଯୋଗ ପରେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ତଦନ୍ତ କରିଥିଲେ । ଆଇସିସିଙ୍କ ଅନୁମୋଦନ କ୍ରମେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ସହକାରୀ ପ୍ରଫେସର ସରୋଜ ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଫଳରେ ତାଙ୍କୁ ଶୈକ୍ଷିକ ଓ ପ୍ରାଶାସନିକ ଦାୟିତ୍ବରୁ ମୁକ୍ତ କରାଯାଇଛି । ନିଲମ୍ବନ ଅବଧି ମଧ୍ୟରେ ସେ ଅନ୍ୟ କୌଣସି ଅନୁଷ୍ଠାନ ସହ ଜଡ଼ିତ ହୋଇ ପାରିବେ ନାହିଁ । ସ୍ନାତକୋତ୍ତର ପରିଷଦ କାର୍ଯ୍ୟାଳୟରେ ତାଙ୍କ କାର୍ଯ୍ୟ ଧାର୍ଯ୍ୟ କରାଯାଇଛି । ଏହି ସମୟ ମଧ୍ୟରେ ସେ ବିଶ୍ବବିଦ୍ୟାଳୟର ପ୍ରାଶାସନିକ କୋଠା ଅଥବା ସ୍ନାତକୋତ୍ତର ବିଭାଗର କୌଣସି ବିଭାଗକୁ ଯାଇପାରିବେ ନାହିଁ । ଏପରିକି ପ୍ରାକ୍ ଅନୁମତି ବିନା ଭୁବନେଶ୍ବର ବେହେରା କେନ୍ଦ୍ରୀୟ ପାଠାଗାରକୁ ମଧ୍ୟ ଯାଇପାରିବେ ନାହିଁ । କୌଣସି ପ୍ରାକ୍ ଅନୁମତି ବିନା ମୁଖ୍ୟାଳୟରେ ଅନୁପସ୍ଥିତ ରହିପାରିବେ ନାହିଁ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)