ଦୁଇଦିନ ପରେ ମାଟ୍ରିକ ପରୀକ୍ଷା ଆରମ୍ଭ; ୯ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ସେଣ୍ଟରକୁ ପ୍ରବେଶ ଅନୁମତି ।

ଅକ୍ଷର ବ୍ୟୁରୋ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଗୁରୁବାରରୁ ଆରମ୍ଭ ହେବ । ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବେ । ଏଥିପାଇଁ ୩୦୮୨ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ପ୍ରତିଦିନ ଗୋଟିଏ ସିଟିଂରେ ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ପରୀକ୍ଷା ସୂଚାରୁ ରୂପେ ପରିଚାଳନା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବୋର୍ଡ ସଭାପତି କହିଛନ୍ତି ୯ଟା ୩୦ ପର୍ଯ୍ୟନ୍ତ ସେଣ୍ଟରକୁ ଆସିଲେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇପାରିବେ । ପୂର୍ବରୁ ୯ଟା ୧୫ ମିନିଟ୍ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଥିଲା । ଏଥିରେ ଆଉ ୧୫ ମିନିଟ୍ ବୃଦ୍ଧି କରାଯାଇଛି କହିଲେ ବୋର୍ଡ ସଭାପତି । କପି ଯୋଗାଇଲେ କିମ୍ବା କିଛି ଅନିୟମିତତା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସେପଟେ ବୋର୍ଡ ପକ୍ଷରୁ ଚଳିତବର୍ଷ ୩୭ଟି ସ୍ୱତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି । ପ୍ରତି ସ୍କ୍ୱାଡ୍‌ରେ ୨ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ସେହିପରି ସମସ୍ତ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକ ଏବଂ ନିରୀକ୍ଷକଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ପରୀକ୍ଷା କେନ୍ଦ୍ରରେ କେଉଁ କେଉଁ ସୁବିଧା ରହିବ, ପ୍ରଶ୍ନପତ୍ର ଏବଂ ଉତ୍ତରଖାତା କିଭଳି ନିର୍ଦ୍ଧାରିତ ସମୟ ଅନୁଯାୟୀ ପହଞ୍ଚିବ, ସେଥିପାଇଁ କରାଯାଇଥିବା ବ୍ୟବସ୍ଥାକୁ ଅନୁପାଳନ ନିମନ୍ତେ କୁହାଯାଇଛି । ଗତ ୧୦ ତାରିଖଠାରୁ ନୋଡାଲ ସେଣ୍ଟରଗୁଡିକୁ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରୁ ପ୍ରଶ୍ନପତ୍ର ପଠା କାର୍ଯ୍ୟ ଆରମ୍ଭ ହୋଇଥିଲା । ଆଜି ସବୁ ନୋଡାଲ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବା ନେଇ ସୂଚନା ମିଳିଛି ।

ସୂଚନା ମୂତାବକ ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବେ । ଏଥିପାଇଁ ୩୦୮୨ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ପ୍ରତିଦିନ ଗୋଟିଏ ସିଟିଂରେ ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଶ୍ନପତ୍ର ପ୍ୟାକେଟ ଖୋଲିବା ବେଳେ ଉପସ୍ଥିତ ରହିବା ଏବଂ ଯେଭଳି କେହି ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଫୋନ ନ ନିଅନ୍ତି କିମ୍ବା କୌଣସି ବିଭ୍ରାଟ ନ ହେବ ସେଥିପ୍ରତି ଅଧୀକ୍ଷକ ସତର୍କ ରହିବେ । ଏଥିସହ ପ୍ରତିଦିନ ପରୀକ୍ଷା ଶେଷ ପରେ ଅଧୀକ୍ଷକ ବୋର୍ଡକୁ ରିପୋର୍ଟ ଦେବେ ବୋଲି ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)