ଅକ୍ଷର ବ୍ୟୁରୋ: ୨୦ରେ ରାଜ୍ୟ ବଜେଟ୍ । ଆଜି ଗୃହରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ । ବଜେଟ ଅଧିବେଶନର ତୃତୀୟ ଦିନରେ ଆଜି ବି ବେଶ ସରଗରମ ରହିବ ଗୃହ । ତୃତୀୟ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ କରିବେ ବିରୋଧୀ । ରାଜ୍ୟରେ ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟନି ଛଟମି ପ୍ରସଙ୍ଗକୁ ବିରୋଧୀ ଉଠାଇ ପାରନ୍ତି । ଯଦି ଗୃହ ସ୍ବାଭାବିକ ହୁଏ ତେବେ ପ୍ରଶ୍ନକାଳରେ ଜଳ ସମ୍ପଦ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଯୋଜନା ଓ ସଂଯୋଜନା, ଇସ୍ପାତ ଓ ଖଣି, ସୂଚନା ଓ ଲୋକସମ୍ପର୍କ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି । ଶୂନ୍ୟକାଳରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଗୃହରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇ ପାରନ୍ତି । ସେହିପରି ଅପରାହ୍ନ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଗୃହରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଆଜି ଗୃହରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ ।












Leave a Reply