ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ; ମାର୍ଚ୍ଚ ୫ତାରିଖରେ ନାମାଙ୍କନ ଦାଖଲ ୧୬ତାରିଖରେ ନିର୍ବାଚନ ।

ଅକ୍ଷର ବ୍ୟୁରୋ: ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।​​​​​​​ ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ଯାଞ୍ଚ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ଣରେ ହେବ ଭୋଟ୍ ଗଣତି । ​​​​​​​ରାଜ୍ୟସଭା ରେସ୍‌ରେ ଥିବା ଚେହେରାଙ୍କୁ ନେଇ ଏପଟେ ଚର୍ଚ୍ଚା ଜୋର୍, ସେପଟେ ୩ ପ୍ରମୁଖ ଦଳକୁ ଘାରିଛି ବିଭାଜନ ଭୟ । ଅନ୍ତର୍କନ୍ଦଳରେ ଘାରି ହେଉଥିବା ବିଜେଡି ଓ କଂଗ୍ରେସ ହୁଅନ୍ତୁ ଅବା ତୃଣମୂଳରେ ସଂଗଠନ ସଜାଡ଼ି ପାରୁନଥିବା ବିଜେପି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ୩ଟି ଯାକ ଦଳ ନିଜର ପ୍ରାର୍ଥୀ ନିଷ୍ପତ୍ତିକୁ ନେଇ ହାତେ ମାପି ଚାଖଣ୍ଡେ ଚାଲୁଛନ୍ତି । ଗୋଟିଏ ପଟେ ରାଜ୍ୟସଭା ଚତୁର୍ଥ ଆସନକୁ ନେଇ ସରଗରମ ଚର୍ଚ୍ଚା ହେଉଥିବା ବେଳେ, ଅନ୍ୟପଟେ ଦଳ ଭିତରେ ବି ଚାଲିଛି ଛକାପଞ୍ଜା । ପାର୍ଟି ହାଇକମାଣ୍ଡଙ୍କ ଶୁଭଦୃଷ୍ଟି କାହା ଉପରେ ପଡ଼ିବ ଏବଂ କିଏ ଆସନ ହାତେଇବ, ତାକୁ ନେଇ ଚାଲିଛି ରିତିମତ କସରତ । ନିଜର ସମର୍ଥକଙ୍କ ସହ ଲବିରେ ମାତିଛନ୍ତି ସମସ୍ତ ଆଶାୟୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)