ଏପ୍ରିଲ ୧ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି SIR ପ୍ରକ୍ରିୟା: ମୁଖ୍ୟ ନିର୍ବାଚନ ଅଧିକାରୀ ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ଭୋଟର ତାଲିକାକୁ ସ୍ୱଚ୍ଛ ଏବଂ ତ୍ରୁଟିଶୂନ୍ୟ କରିବା ପାଇଁ ଆଗାମୀ ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସ୍ପେଶାଲ୍ ଇଣ୍ଟେନ୍ସିଭ ରିଭିଜନ ବା SIR ପ୍ରକ୍ରିୟା । ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୨୦୨୫ ଭୋଟର ତାଲିକାରେ ଅଛନ୍ତି, ୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ । ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ । ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ । ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛୁ । ୨୦୨୫ ତାଲିକାରେ ଥିବା ୯୦% ୨୦୦୨ ତାଲିକାରେ ବି ଅଛନ୍ତି । ଆଉ ୧୦ ପ୍ରତିଶତ ଆମ ପାଇଁ କଷ୍ଟକର, ସହରାଞ୍ଚଳ ପାଇଁ ସମସ୍ୟା । ଯଦି ୨୦୦୨ରେ ଆପଣଙ୍କ ନାଁ ନଥିଲା, ଆପଣଙ୍କ ବାପାମାଆଙ୍କୁ ଖୋଜାଯିବ । ୯୫% ମ୍ୟାପିଂ ଆମର ଲକ୍ଷ୍ୟ, ଏଭଳି ହେଲେ ସମସ୍ତଙ୍କ ପାଇଁ ସୁବିଧା ହେବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)