ଆସନ୍ତାକାଲି ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା; ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଅକ୍ଷର ବ୍ୟୁରୋ: ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା । ଚତୁର୍ଥ କିସ୍ତି ଟଙ୍କା ଦେବା ଲାଗି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବିଶ୍ୱ ମହିଳା ଦିବସ ଅବସରରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ଟଙ୍କା । ମୋଟ ଏକ କୋଟି ୨ଲକ୍ଷ ୧୨ହଜାର ୬୬୫ଜଣ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ । ପୁରୀର ତାଳବଣିଆ ଠାରେ ଆୟୋଜନ ହେବ ବିଶାଳ କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ମିଳିବ ସୁଭଦ୍ରା ଟଙ୍କା । ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ । ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ଯେଉଁମାନଙ୍କୁ ୨୧ ହେବ ସେମାନେ ସାମିଲ୍‌ ହେବେ ଏବଂ ଯେଉଁମାନଙ୍କୁ ୬୦ ଟପିବ ସେମାନେ ପେନସନ୍‌ ଲିଷ୍ଟକୁ ଯିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)