ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି; ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ।

ଅକ୍ଷର ବ୍ୟୁରୋ: ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ଯାହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୬ ତାରିଖ ସକାଳ ୮.୩୦ ଯାଏ ରାଜ୍ୟର ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ, ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ଝାରସୁଗୁଡାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)