ଅକ୍ଷର ବ୍ୟୁରୋ: ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ପଦକ୍ଷେପ । ଖରାଦିନ ପାଇଁ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ମଧ୍ୟ ଶକ୍ତି ବିଭାଗକୁ ନିର୍ଦ୍ଦେଶ । ଏନେଇ ଗୃହରେ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ୩୦ ଜିଲା, ଟ୍ୱିନ୍ ସିଟି, ୧୦ ପୌରାଞ୍ଚଳ ପାଇଁ ହିଟୱେଭ ଆକ୍ସନ ପ୍ଲାନ ହୋଇଛି । ଆଉ ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ । ତେବେ ରାଜ୍ୟ ଓ ଜିଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିଛି । ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି । ଗୃହରେ ଲିଖିତ ଉତ୍ତର ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।
ଖରାଦିନ ପାଇଁ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ; ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ସୁରେଶ ପୂଜାରୀ ।












Leave a Reply