ଅକ୍ଷର ବ୍ୟୁରୋ: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା । ଗତ ୧୪ ତାରିଖରେ ଶ୍ରୀରାମଙ୍କ ଫଟୋ ଚିରା ଘଟଣାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସୂଚନା ଅନୁସାରେ, ଆମ୍ବେଦକର ଜୟନ୍ତୀ ଅବସରରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ ବୀରମହାରାଜପୁର ମୁଖ୍ୟ ଛକରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଫଟୋକୁ ହଟାଇବା ସହ ଚିରି ଦିଆଯାଇଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ।












Leave a Reply