ଅକ୍ଷର ବ୍ୟୁରୋ: ବଙ୍ଗୋପସାଗରରେ ବାତ୍ୟା ଭୟ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ ଏବେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା ପରବର୍ତ୍ତୀ ୧୨ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ । ପରେ ଏହା ଆହୁରି ବଳ ଗୋଟାଇବା ସହ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହି ସିଷ୍ଟମ ଉତ୍ତର ତାମିଲନାଡ଼ୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ସେନେଇ କୌଣସି ଆକଳନ ହୋଇନାହିଁ ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ; ୧୨ ଘଣ୍ଟାରେ ଗଭୀର ଅବପାତରେ ପରିଣତ ପାଣିପାଗ ବିଭାଗ ସୂଚନା ।












Leave a Reply