ଅକ୍ଷର ବ୍ୟୁରୋ: ଅବପାତରେ ପରିଣତ ହେଲା ସଦୃଶ ଲଘୁଚାପ । ୪୮ ଘଣ୍ଟାରେ ଦକ୍ଷିଣବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାରେ ପରିଣତ ହୋଇପାରେ । ଏବେ ମାଲାକ୍କା ସମୁଦ୍ର ସନ୍ଧି ଉପରେ ସକ୍ରିୟ ରହିଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ମାଲେସିଆ ଏବଂ ପାର୍ଶ୍ଵବର୍ତ୍ତୀ ମାଲାକ୍କା ସମୁଦ୍ର ସନ୍ଧି ଉପରେ ଲଘୁଚାପ ସୃଷ୍ଟି । ମାଲ୍କା ପ୍ରଣାଳୀ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ପରିଣତ ହେବ । ହେଲେ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେଉଥିବାରୁ ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ସଞ୍ଜିବ ଦ୍ୱିବେଦୀ ।
ଫଳରେ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନଥିବା ବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ମାଲ୍କା ପ୍ରଣାଳୀ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ପରିଣତ ହେବା ସମ୍ଭାବନା ରହିଛି । ହେଲେ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେଉଥିବାରୁ ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ । ସେହିପରି ତାପମାତ୍ରାରେ ମଧ୍ୟ ଆଗାମୀ ୪୮ ଘଣ୍ଟାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆଗାମୀ ୪୮ ଘଣ୍ଟା ପରେ ୨ ରୁ ୩ ଦିନ ଡିଗ୍ରୀ ତାପମାତ୍ରା ହ୍ରାସ ହେବା ସହ ପୁଣି ରାଜ୍ୟରେ ଶୀତ ଅନୁଭବ ହେବ । “












Leave a Reply