ପୁଣି ଜଣେ ଓଡ଼ିଆ ହେଲେ ରିଜର୍ଭ ବ୍ୟାଙ୍କରେ ଡେପୁଟି ଗଭର୍ଣ୍ଣର; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ପୁଣି ଜଣେ ଓଡ଼ିଆ ହେଲେ ରିଜର୍ଭ ବ୍ୟାଙ୍କରେ ଡେପୁଟି ଗଭର୍ଣ୍ଣର । ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତି ଦେଇଛି । ଅକ୍ଟୋବର ୯ରେ ସେ ଦାୟିତ୍ୱ ଗ୍ରହଣ କରିବେ ଏବଂ ୩ ବର୍ଷ ପାଇଁ ଏହି ପଦବୀରେ ରହିବେ । ଶିରୀଶଙ୍କ ନିଯୁକ୍ତିକୁ ଅନୁମୋଦନ ଦେଇଛି କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି କମିଟି । ଏବେ ରିଜର୍ଭ ବ୍ୟାଙ୍କ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍‌ଟର ଅଛନ୍ତି ଶିରୀଶ ଚନ୍ଦ୍ର ମୁର୍ମୁ । ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲା ବେତନଟିରେ । ବର୍ତ୍ତମାନ ଡେପୁଟି ଗଭର୍ଣ୍ଣର ଥିବା ରାଜେଶ୍ୱର ରାଓଙ୍କ କାର୍ଯ୍ୟକାଳ ଅକ୍ଟୋବର ୮ରେ ଶେଷ ହେବ ।

ଏପଟେ ଶିରୀଶଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ତାଙ୍କର ଦୀର୍ଘ ଅଭିଜ୍ଞତା ଦେଶର ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବ ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ବେତନଟିର ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ପୂର୍ବତନ ସିଏଜି ତଥା ଜାମ୍ମୁ-କାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଭାଇ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)