ପ୍ରବଳ ବର୍ଷା ପାଇଁ ସୁବର୍ଣ୍ଣପୁରରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ; ଜିଲ୍ଲାପାଳଙ୍କ ଜରୁରୀ ନିର୍ଦ୍ଦେଶ

ଅକ୍ଷର ବ୍ୟୁରୋ: ପ୍ରବଳ ବର୍ଷା ଓ ପାଣିପାଗ ବିଭାଗର ସତର୍କ ସୂଚନାକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ବଡ଼ ପଦକ୍ଷେପ ନେଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆଜି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରକୁ ଦିନକ ପାଇଁ ବନ୍ଦ ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି ହୋଇଛି। ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବା ସହ ଆଗାମୀ କିଛି ଘଣ୍ଟା ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ରହିଛି। ବର୍ଷା ଯୋଗୁଁ ବିଭିନ୍ନ ତଳିଆ ଅଞ୍ଚଳରେ ଜଳଜମା ଏବଂ ଯାତାୟାତ ପ୍ରଭାବିତ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଭାବକ ଓ ସାଧାରଣ ଲୋକଙ୍କୁ ଅତ୍ୟାବଶ୍ୟକ କାମ ନଥିଲେ ଘରୁ ବାହାରକୁ ନ ଯିବା, ନଦୀ, ନାଳ ଓ ଜଳବନ୍ଦୀ ଅଞ୍ଚଳଠାରୁ ଦୂରରେ ରହିବା ସହ ପାଣିପାଗ ବିଭାଗ ଓ ପ୍ରଶାସନ ପକ୍ଷରୁ ଜାରି ସମସ୍ତ ସତର୍କ ସୂଚନାକୁ ପାଳନ କରିବାକୁ ଅନୁରୋଧ କରାଯାଇଛି। ପ୍ରଶାସନ ସ୍ଥିତି ଉପରେ ନିରନ୍ତର ନଜର ରଖିଥିବାବେଳେ ଆବଶ୍ୟକ ପଡ଼ିଲେ ଅଧିକ ସୁରକ୍ଷାମୂଳକ ପଦକ୍ଷେପ ନିଆଯିବ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)