ଆଜିଠାରୁ ଜୁନ୍‌ ୧୭ ତାରିଖ ଯାଏଁ ରାଜ୍ୟର ସମସ୍ତ ବିଦ୍ୟାଳୟ ବନ୍ଦ; ମେ’୬ ପରିବର୍ତ୍ତେ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଅକ୍ଷର ବ୍ୟୁରୋ: ଆଜିଠୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଖରା ଛୁଟି ଆରମ୍ଭ । ଜୁନ୍‌ ୧୭ ତାରିଖ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି । ସ୍କୁଲ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି । 

ସୂଚନାଯୋଗ୍ୟ, ଗଣଶିକ୍ଷା ବିଭାଗର ଶିକ୍ଷା କ୍ୟାଲେଣ୍ଡର ଅନୁଯାୟୀ ମେ’୬ରୁ ଜୁନ୍‌ ୧୭ ଯାଏ ଗ୍ରୀଷ୍ମକାଳୀନ ଛୁଟି ରହିଛି । ରାଜ୍ୟରେ ପ୍ରଚଣ୍ଡ ତାତିକୁ ଲକ୍ଷ୍ୟ ରଖି ରାଜ୍ୟ ସରକାର ଆଗୁଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଛୁଟି ସମୟରେ ପିଲାଙ୍କର ପାଠପଢ଼ା ଯେପରି କ୍ଷତି ନହୁଏ ସେଥିଲାଗି ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି । ଗ୍ରୀଷ୍ମକାଳୀନ ଶିକ୍ଷା କାର୍ଯ୍ୟକ୍ରମ ତଥା ‘ସମର ଲର୍ଣ୍ଣିଂ’ କାର୍ଯ୍ୟକ୍ରମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟ ଅଫିସ୍‌ କାର୍ଯ୍ୟ ପୂର୍ବପରି ଜାରି ରହିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)