ଓଡ଼ିଶାର ସମସ୍ତ IPS ଅଫିସର୍ଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଜିଲ୍ଲାପାଳଙ୍କ ପରେ ଆଇପିଏସଙ୍କ ଛୁଟି ବାତିଲ୍ ହୋଇଛି । ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି । ଛୁଟିରେ ଥିଲେ ତୁରନ୍ତ ଯୋଗଦେବାକୁ ନିର୍ଦ୍ଦେଶ । ଟ୍ରେନିଂରେ ଥିଲେ ବି ଯୋଗଦେବାକୁ ନିର୍ଦ୍ଦେଶ । ଓଡ଼ିଶା ପୋଲିସ ଡିଜିଙ୍କୁ ଗୃହ ବିଭାଗର ଚିଠି କରାଯାଇଛି । କୌଣସି IPS ଅଫିସର୍ଙ୍କୁ ଛୁଟି ଦିଅନି ବୋଲି ମଧ୍ୟ ନିର୍ଦ୍ଦେଶ କରାଯାଇଛି । ଭାରତ ଓ ପାକିସ୍ତାନ ମଧ୍ୟରେ ସାମ୍ପ୍ରତିକ ପରିସ୍ଥିତିକୁ ଲକ୍ଷ୍ୟ ରଖି ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି ରାଜ୍ୟ ସରକାର।
ସେହିପରି ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ । ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।












Leave a Reply