ଅକ୍ଷର ବ୍ୟୁରୋ: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଅମିତ ଶାହ । ସ୍ୱତନ୍ତ୍ର ବାୟୁସେନା ବିମାନରେ ଆସି ପହଞ୍ଚିଲେ ଶାହ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ବାବୁ ସିଂ, ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ପ୍ରମୁଖ ବିମାନ ବନ୍ଦରରେ ପହଞ୍ଚି ସ୍ୱାଗତ ଜଣାଛନ୍ତି । ତେବେ ବିମାନବନ୍ଦରରୁ ଯାଇ ସିଧାସଳଖ କଟକ ମୁଣ୍ଡଳୀସ୍ଥିତ ସିଆଇଏସ୍ଏଫ୍ କାର୍ଯ୍ୟକ୍ରମରେ ଯୋଗଦେବେ ।
ପରେ ପାରାଦୀପରେ ଇଫ୍କୋ ପକ୍ଷରୁ ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣରେ ଜଟଣୀରେ ଜାତୀୟ ଫରେନ୍ସିକ ବିଜ୍ଞାନ ବିଶ୍ବବିଦ୍ୟାଳୟ(ଏନ୍ଏଫ୍ଏସ୍ୟୁ) ଓ କେନ୍ଦ୍ରୀୟ ଫରେନ୍ସିକ୍ ବିଜ୍ଞାନ ବିଶ୍ବବିଦ୍ୟାଳୟ(ସିଏଫ୍ଏସ୍ଏଲ୍)ର ଶିଳାନ୍ୟାସ କରିବେ । ସେଠାରୁ ଫେରି ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀରେ ସାମିଲ ହେବେ । ସଂଧ୍ୟାରେ ଦିଲ୍ଲୀ ଫେରିଯିବେ । ଶାହଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।












Leave a Reply