ଆଜି ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ।

ଅକ୍ଷର ବ୍ୟୁରୋ: ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକ ଅଧ୍ୟକ୍ଷତା କରିବେ । ଏହି ବୈଠକରେ ରାଜ୍ୟ କ୍ୟାବିନେଟ୍ ମନ୍ତ୍ରୀ ଓ ସଚିବମାନେ ଉପସ୍ଥିତ ରହିବେ । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ବୈଠକରେ ଉପସ୍ଥିତ ରହିବେ । ଆଗାମୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି, ତୈଳ ସଙ୍କଟ, ଦରଦାମ ବୃଦ୍ଧି ଭଳି ସମସ୍ୟା ସମ୍ପର୍କ ଆଲୋଚନ ହେବ ବୋଲି ସୂତ୍ରରୁ ଜଣାପଡିଛି । ଏହା ଛଡ଼ା ବିଭିନ୍ନ ବିଭାଗର ୭ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି । ତେବେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial