ଅନୁଗୋଳରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୨୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି କରାଯାଇଥିଲା।

ଏହି ଅବସରରେ ୫ ଜଣଙ୍କୁ ଆୟୁଷ୍ମାନ ବୟୋ ବନ୍ଦନା କାର୍ଡ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀମାୟାଧର ବେହେରା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଅନିଲ କୁମାର ବେଊରିଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ.ଶିବାନନ୍ଦ ମହାନ୍ତି, ଡେପୁଟି କଲେକ୍ଟର ଶ୍ରୀଜୟଜିତ ଧଳ, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀଲୋଚନ ଦାସ, ବଅଁରପାଳ ତହସିଲଦାର ଶ୍ରୀସୁଶାନ୍ତ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀଅମ୍ବର ଲୁଗୁନ, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡାଃ. ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)