ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିପାବଳୀ ଭେଟି; ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିବା ନେଇ ଘୋଷଣା ।

ଅକ୍ଷର ବ୍ୟୁରୋ: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିପାବଳୀ ଭେଟି । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢ଼ି ୫୮ ପ୍ରତିଶତ ହେଲା । ପେନସନ୍‌ଭୋଗୀଙ୍କ ଟିଆଇରେ ମଧ୍ୟ ବୃଦ୍ଧି ନିଷ୍ପତ୍ତି । ଗତ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା । ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ଦରମାରେ ନଗଦ ଆକାରରେ ମିଳିବ । ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦିପାବଳୀ ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)