ଭିଜିଲାନ୍ସ ଜାଲରେ ଆଉ ଏକ କାର୍ଯ୍ୟ ନିର୍ବାହୀ ଅଧିକାରୀ । ଏରିୟର କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଗଲେ ଅଧିକାରୀ । ଧରାପଡିବା ପରେ ବାବୁଙ୍କ ଅନ୍ୟ ଠିକଣାରେ ଚାଲିଛି ରେଡ୍ । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓଏଏସ୍ ବନମାଳୀ ଶତପଥୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜଣେ କର୍ମଚାରୀଙ୍କ ରିଲିଜ ଅର୍ଡର ଓ ଏରିୟର କରାଇଦେବାକୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ବାଲିପଦର ଛକ ଠାରେ ଲାଞ୍ଚ ଟଙ୍କା ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରିଛି । ଟଙ୍କା ସହ ଓଏଏସ୍ ବାବୁ ଧରାପଡିବା ପରେ ତାଙ୍କ ଅଫିସ୍, କ୍ୱାର୍ଟର ଓ କବିସୂର୍ଯ୍ୟନଗର ଠାରେ ଥିବା ଦୁଇଟି ବାସଭବନରେ ରେଡ୍ ଚାଲିଛି । ଜଣେ ଡିଏସ୍ପି, ଜଣେ ଇନ୍ସପେକ୍ଟର ଓ ୨ ଜଣ ଏଏସ୍ଆଇ ସହ ୮ ଜଣିଆ ଟିମ୍ ତଦନ୍ତ ଜାରି ରଖିଛନ୍ତି ।
ଭିଜିଲାନ୍ସ ଜାଲରେ ଆଉ ଏକ କାର୍ଯ୍ୟ ନିର୍ବାହୀ ଅଧିକାରୀ; ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲାବେଳେ କାବୁ କଲା ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ।












Leave a Reply