ଆଜି ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ।

ଅକ୍ଷର ବ୍ୟୁରୋ: ଆଜି ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ଲାଗି ରହିବ । ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍‌ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ । କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)