ଏଣିକି ଶ୍ରୀମନ୍ଦିର ଉପରେ ଆଉ ଉଡିପାରିବନି ଡ୍ରୋନ । ପୁରୀ ଜଗନ୍ନାଥ ମନ୍ଦିର ସୁରକ୍ଷା ପାଇଁ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ରାଜ୍ୟ ସରକାର । ଖୁବଶୀଘ୍ର ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି । ଡ୍ରୋନ ଉଡିଲେ ତଳକୁ ଖସାଇ ଦିଆଯିବ । ଏନେଇ ବିଚାର ଚାଲିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, “ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଡ୍ରୋନ୍ ଉଡ଼ିବା ପରେ ଏହାକୁ ଖସାଇ ଦିଆଯାଇ ପାରିବ । ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ” ।
ଅନ୍ୟପକ୍ଷରେ, ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ । ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ମିଳିବ ସହାୟତା । ଅନେକ ଆବେଦନ ଆସିଛି, ଯେଉଁମାନେ କରିନାହାନ୍ତି ବିଚାର ହେବ ।















Leave a Reply