ପୁରୀ : ଆଜି ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ | ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ | ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ | ଏଥିପାଇଁ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବାଣ୍ଡ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି | ଆଜି ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବ ପରେ ଅପରାହ୍ନ ପ୍ରାୟ ୫ଟା ରୁ ବନକଲାଗି ନୀତି ଆରମ୍ଭ ହେବ ସହ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | ଅପରାହ୍ନ ୫ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ | ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ୱାଭାବିକ ହର୍ବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି |
ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି : ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
















Leave a Reply