ମ୍ୟାଚ ପୂର୍ବରୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ଟିମ ଇଣ୍ଡିଆ ।

ଅକ୍ଷର ବ୍ୟୁରୋ: ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପୂର୍ବରୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ଟିମ ଇଣ୍ଡିଆ ଖେଳାଳି। ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସହ ୩ ଖେଳାଳି ଜଗା ଦର୍ଶନ କରିଛନ୍ତି। ଦର୍ଶନ ପାଇଁ କ୍ୟାପଟେନ୍ ସୂର୍ଯ୍ୟକୁମାର ଯାଦବଙ୍କ ସହ ତାଙ୍କ ପତ୍ନୀ ମଧ୍ୟ ସାଙ୍ଗରେ ଥିଲେ। ଏହାସହ କୋଚ୍ ଗୌତମ ଗମ୍ଭୀର, ତିଲକ ବର୍ମା, ଜିତେଶ ଶର୍ମା ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରକୁ ପ୍ରବେଶ ବେଳେ ଜୟ ଜଗନ୍ନାଥ କହି ପ୍ରବେଶ କରିଥିଲେ କ୍ୟାପଟେନ ସୁର୍ଯ୍ୟକୁମାର ଯାଦବ। ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ କରି ଭୁବନେଶ୍ୱର ଫେରି ଆସିଥିଲେ ଖେଳାଳି। ଟିମ୍ ଇଣ୍ଡିଆ ଖେଳାଳିଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)