ପଶ୍ଚିମବଙ୍ଗ ଦୀଘାରେ ମହାପ୍ରଭୁଙ୍କ ବିଗ୍ରହ ପାଇଁ ବଳକା ଦାରୁ କାଠ ଦିଆଯିବାକୁ ନେଇ ବିବାଦ ଘଟଣାରେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ। ଆଇନ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଜି ବିଭିନ୍ନ ନିଯୋଗ ସହ ଆଲୋଚନା କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଗତକାଲି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଇନ ମନ୍ତ୍ରୀ କହିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଓ ସଂସ୍କୃତିକୁ ନେଇ ଗତ କିଛିଦିନ ହେବ ଗଣମାଧ୍ୟମରେ ଦ୍ୱନ୍ଦ୍ୱାତ୍ମକ ଖବର ପ୍ରସାରିତ ହେଉଛି।
ଦୀଘାଠାରେ ପ୍ରତିଷ୍ଠା ହୋଇଥିବା ମନ୍ଦିର ନାମକୁ ଜଗନ୍ନାଥଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗ ଦେବା ଓ ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବାକୁ ନେଇ ଚର୍ଚ୍ଚା ହେବା ଗ୍ରହଣୀୟ ନୁହେଁ। ଏହା ସାଢ଼େ ୪କୋଟି ଜନତାଙ୍କ ମନରେ କଷ୍ଟ ଦେଉଥିବା ଅନୁଭବ ହେଉଛି। ତେଣୁ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯାଉ। ଯଦି କେହି ଜ୍ଞାତସାରରେ ଏହି ଘଟଣା ଘଟାଇଛନ୍ତି କିମ୍ବା ଦୋଷୀ ସାବ୍ୟସ୍ତ ହେଉଛନ୍ତି, ତା’ହେଲେ ରାଜ୍ୟ ସରକାରଙ୍କ ଅନୁମତିକ୍ରମେ ଦଣ୍ଡବିଧାନ ଗ୍ରହଣ କରାଯାଉ ବୋଲି ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।















Leave a Reply