ଅକ୍ଷର ବ୍ୟୁରୋ: ବିଜେପି ନୂତନ ରାଜ୍ୟ କାର୍ଯ୍ୟକାରିଣୀ କମିଟିର ତାଲିକା ପ୍ରକାଶ ପାଇଛି । ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ଘୋଷଣା କରାଯାଇଛି । ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ୨୩ ଜଣ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରାଯାଇଛି । ଗୁରୁବାର ରାତିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖଙ୍କ ନାମ ସ୍ଥାନ ପାଇଛି । ନିକଟରେ ବିଜେପିରେ ସାମିଲ ହୋଇଥିବା ରବୀନ୍ଦ୍ର ଜେନାଙ୍କୁ କମିଟିରେ ମିଳିଛି ସ୍ଥାନ । ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ରବୀନ୍ଦ୍ର ଜେନାଙ୍କ ନାଁ ଘୋଷଣା ହୋଇଛି ।
ବିଜେପିର ନୂତନ କାର୍ଯ୍ୟକାରିଣୀ କମିଟିର ତାଲିକା ପ୍ରକାଶ; ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାମ ଘୋଷଣା ।












Leave a Reply