ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ; ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା ।

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା । ଅକ୍ଟୋବର ୭ ତାରିଖରେ ସରିବ ଦାବି ଓ ଆପତ୍ତି ନିଷ୍ପତ୍ତି । ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ।

ଚେନ୍ନାଇର ଏକ ଘରୋଇ ହସ୍ପିଟାଲ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା । ହୃଦଘାତର ଶିକାର ହେବାପରେ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିଲା । ପୁଅ ଜୟ ଢୋଲକିଆ ବିଜେଡି ବିଧାୟକଙ୍କ ମୃତ୍ୟୁ ଖବର ସେୟାର କରିଥିଲେ । ନୂଆପଡ଼ା ବିଧାନସଭା ଆସନରୁ ୪ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)