ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନଭଣ୍ଡାର ଗଣତି ମଣତି: ଆଇନ ମନ୍ତ୍ରୀ

ଅକ୍ଷର ବ୍ୟୁରୋ: ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି । ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ‘ଛତିଶା ନିଯୋଗ ସହ ଆଲୋଚନା ହୋଇଛି, ଖୁବଶୀଘ୍ର ସମୟ ସ୍ଥିର ହେବ । ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ସୁଦ୍ଧା ଗଣତିମଣତି ପାଇଁ ଯୋଜନା କରୁଛୁ । ପରିଚାଳନା କମିଟି ଓ ମନ୍ଦିର ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । ଠାକୁରଙ୍କ ନୀତିକାନ୍ତି ଅନୁଯାୟୀ କେଉଁ ସମୟରେ କଲେ ଠିକ ହେବ ବିଚାର ହେବ । ଏସବୁ ବିଚାର କରି ତାରିଖ ଘୋଷଣା ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)