ଓଡ଼ିଶାରେ ଆରମ୍ଭ ହେବ ଜନଗଣନା; ଏପ୍ରିଲରୁ ପ୍ରଥମ ପର୍ଯ୍ୟାୟ ଜନଗଣନା

ଅକ୍ଷର ବ୍ୟୁରୋ: ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣଙ୍କ ସୂଚନା । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା । ୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ହେବ ଜନଗଣନା । ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ । ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ । ତେବେ ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା । ଭୁବନେଶ୍ୱର କଟକରେ ପ୍ରି-ଟେଷ୍ଟ ସରିଛି । ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ୍ ହୋଇଛି । ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଟ୍ରେନିଂ ଦିଆଯିବ ।

ତେବେ ମିଳିଥିବା ସୂଚନା ଅନୁସାରେ, 200 ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ । ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ । ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ । ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରୋତ୍ସାହନ ଦିଆଯିବ । ଏପ୍ରିଲରୁ ମେ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ । ୨୦୨୭ ମସିହା ଫେବ୍ରୁଆରିରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନଗଣନା ହେବ । ଜଣେ ଲୋକ ନିଜେ ଚାହିଁଲେ ନିଜର ତଥ୍ୟ ଦେଇପାରିବେ, ୱେବସାଇଟ ଜରିଆରେ ପଞ୍ଜିକୃତ ମଧ୍ୟ କରିପାରିବେ । ମୋବାଇଲ ନମ୍ବରରେ ଓଟିପି ବେସଡ୍ ହେବ । ଗୋଟିଏ ନମ୍ବର ଦୁଇ ଥର ବ୍ୟବହାର କରି ପାରିବେନି କି ଆପରୁ ସ୍କ୍ରିନ ସଟ ମଧ୍ୟ ନେଇପାରିବେ ନାହିଁ ୟୁଜର୍ସ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)