ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ; ୫ହଜାର କୋଟି ପ୍ରକଳ୍ପର କରିବେ ଶିଳାନ୍ୟାସ

ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ। ଆସନ୍ତା ଏପ୍ରିଲ ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗଡ଼କରୀ। ଏହି ସମୟରେ ସେ କଟକରେ ଆୟୋଜିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ ପାଳନ କରିବେ।

ଏହି ଉତ୍ସବରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଅତିଥି ଭାବେ ଅଂଶ ଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି। ରେଭେନ୍ସା କାର୍ଯ୍ୟକ୍ରମ ସରିବା ପରେ ସେଠାରୁ ଶ୍ରୀଗଡ଼କରୀ ଭୁବନେଶ୍ୱର ଆସି ଭାରତୀୟ NHAI କାର୍ଯ୍ୟାଳୟ ଯାଇ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ ଏବଂ ୫ ହଜାର କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ମଧ୍ୟ କରିବେ ଗଡ଼କରୀ। ଏନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ଓଡ଼ିଶା ପାଇଁ ଏବେ ସୁବର୍ଣ୍ଣ ଯୁଗ। କାରଣ ଡବଲ ଇଞ୍ଜିନ ସରକାର ଅଧୀନରେ ବିକାଶ କାର୍ଯ୍ୟ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟକୁ ଆସୁଛନ୍ତି। ସମ୍ପ୍ରତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ରାଜ୍ୟ ଗସ୍ତରେ ଆସି ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭ କରି ଦିଲ୍ଲୀ ଫେରିଛନ୍ତି। ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାରୁ କେନ୍ଦ୍ରମନ୍ତ୍ରୀ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)